୨୬ରେ ସୂର୍ଯ୍ୟୋପରାଗ ଯୋଗୁଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ରହିବ ବନ୍ଦ

ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ସୂର୍ଯ୍ୟୋପରାଗ । ଏହି କାରଣରୁ ଆଜି ରାଜ୍ୟ ସରକାର ସେହିଦିନରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିଛନ୍ତି । ଏ ନେଇ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

୨୬ ତାରିଖ ସକାଳେ ସଂଗଠିତ ହେବ ବିରଳ ବଳୟ ସୂର୍ଯ୍ୟୋପରାଗ। ଏହି ମହାଜାଗତିକ ଦୃଶ୍ୟ ଦକ୍ଷିଣ ଭାରତର ଅଳ୍ପ କେତେକ ଅଂଚଳରେ ପୂର୍ଣ୍ଣ ଭାବେ ଦେଖାଯିବ। ସମଗ୍ର ଓଡ଼ିଶାରେ ଏହା ଆଂଶିକ ଭାବେ ଦେଖାଯିବ। ଏହି ପରାଗ ଓଡ଼ିଶାରେ ସକାଳ ୮ଟା ୨୦ ମିନିଟ୍‌ରେ ସ୍ପର୍ଶ ହୋଇ ପୂର୍ବାହ୍ନ ୧୧ଟା ୨୮ ମିନି୍‌ଟରେ ଶେଷ ହେବ। ତେବେ ସକାଳ ୯ଟା ୪୬ ମିନିଟ୍‌ରେ ଓଡ଼ିଶାରେ ସର୍ବାଧିକ ପରାଗ ଦେଖାଯିବ। ଏହି ସମୟରେ ସୂର୍ଯ୍ୟର ପ୍ରାୟ ୫୫ରୁ ୬୫ ପ୍ରତିଶତ ଅଂଶ ଆଚ୍ଛାଦିତ ହେବ। ସୂର୍ଯ୍ୟର ଆଲୋକ ମଳିନ ଦେଖାଯିବା ସହ ଅଧା ଖଣ୍ଡିଆ ଭଳି ଦୃଶ୍ୟମାନ ହେବ। ଯାହା କି ଅତ୍ୟନ୍ତ ବିରଳ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି।