ସଂଧ୍ୟାରୁ ବର୍ଷିବ ,ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦେଶ

ଭୁବନେଶ୍ବର  : ରାଜ୍ୟରେ ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ସମ୍ଭାବନା । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣି ପାଗ ବିଭାଗ ।  ସାମ୍ଭାବ୍ୟ ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ଉପକୂଳ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ପୁରୀ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ବର୍ଷାକୁ ଦେଖି ପଦକ୍ଷେପ ନେବାକୁ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଓୟୁଏଟି ପକ୍ଷରୁ ଫସଲକୁ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି ।  ଗଞ୍ଜାମ, ଗଜପତିରେ କ୍ଷତିଗ୍ରସ୍ତଙ୍କୁ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ । ଯୁଗ୍ମ SRC ପ୍ରଭାତ ରଞ୍ଜନ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି