ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରୁ ଓ ରାତି ପ୍ରାୟ ୯ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । । ଦ୍ୱିତୀୟ ଭେ।ଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠ।କୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ସରିଲେ ଠାକରୁଙ୍କ ମହାସ୍ନାନ ହେବ । ତା’ପରେ ଠାକୁରଙ୍କ ଦ୍ୱାର ଫିଟିବ । ଶ୍ରଦ୍ଧାଳୁମାନେ ଦୀଘ୍ର ୪ ଘଣ୍ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।