ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ

ଭୁବନେଶ୍ୱର  : ପରିବର୍ତ୍ତନ ହେଲା ଶ୍ରୀମନ୍ଦିର ଦର୍ଶନ । ସପ୍ତାହରେ ଦୁଇ ଦିନ ବନ୍ଦ ରହିବ ଜଗା ଦର୍ଶନ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ ହେବ । କରୋନା ସ୍ଥିତିକୁ ନେଇ ଚାଲିଥିବା ଛତିଶା ନିଯୋଗ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ରାଜ୍ୟ ବାହାର ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ ପ୍ରମାଣପତ୍ର କିମ୍ବା ଟିକାର ଦୁଇଟି ଡୋଜ ନେଇଥିବା ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି । ୭ ଦିନ ମଧ୍ୟରେ କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଥିବା ଆବଶ୍ୟକ । ସେପଟେ ସାନିଟାଇଜର ଓ ମାସ୍କ ବ୍ୟବହାର ଉପରେ କଡ଼ା କଟକଣା ଜାରି କରାଗଲା । ଏଣେ ଭିତରକାଠ ଦର୍ଶନ ବନ୍ଦ । ବାହାର କାଠ ନିକଟରୁ ହେବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିର ଭିତରେ କୋଭିଡ୍ ଗାଇଡଲାଇନ ଅନୁପାଳନ ନେଇ ଗଠନ ହେବ ତିନୋଟି ଟିମ୍ । ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ତିନୋଟି ଟିମ୍ ମିଳିତ ଭାବେ ଏନଫୋର୍ସମେଣ୍ଟ କରିବେ । ସପ୍ତାହରେ ଦୁଇଦିନ ଅର୍ଥାତ ଶନିବାର ଓ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ଏହି ସମୟରେ ଶ୍ରୀମନ୍ଦିର ଭିତର ବେଢା, ସ୍ୱତନ୍ତ୍ର ବ୍ୟାରିକେଡ, ବଡ଼ଦାଣ୍ଡ ଆଦି ସାନିଟାଇଜେସନ କରାଯିବ ।

srimandir closed Saturday and sunday due to covid