ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି: ଏହିସବୁ ଦୋକାନ ଖୋଲା ରହିବ

ଭୁବନେଶ୍ୱର: ଲକ୍ ଡାଉନ୍ କୋହଳ ପରେ କେଉଁ ସବୁ ଦୋକାନ ଖୋଲା ରହିବ ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ନୂଆ ବିଜ୍ଞପ୍ତି ଅନୁସାରେ ଆଜିଠାରୁ ରାଜ୍ୟରେ ଅଣଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ମିଳିଛି । କିନ୍ତୁ ଏଥିପାଇଁ କେତେକ ସର୍ତ ରଖିଛନ୍ତି ରାଜ୍ୟ ସରକାର । ବିଜ୍ଞପ୍ତି ମୁତାବକ ଦୋକାନରେ ଅଧା କର୍ମଚାରୀ କାମ କରିପାରିବେ । ଏହା ସହ ସମସ୍ତେ ମାସ୍କ ପିନ୍ଧିବାକୁ ବାଧ୍ୟ ବୋଲି ଚିଠିରେ ଉଲ୍ଲେଖ ରହିଛି । କିନ୍ତୁ ସପିଂ ମଲ୍ କିମ୍ବା ସପିଂ କମ୍ପେ୍ଲକ୍ସ ଖୋଲି ପାରିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି । କଟକଣାରେ ଏହି କୋହଳ ହଟସ୍ପଟ କିମ୍ବା କଂଟେନମେଂଟ ଜୋନ୍ ଅଂଚଳରେ ଲାଗୁ ହୋଇ ପାରିବ ନାହିଁ ବୋଲି ସ୍ପଷ୍ଟ କରିଦେଇଛନ୍ତି ରାଜ୍ୟ ସରକାର । ତେବେ କେଉଁ ଦୋକାନ ଖୋଲିବ ଜିଲ୍ଲାପାଳ ଓ କମିଶନର ନିଷ୍ପତି ନେବେ ବୋଲି ସ୍ପଷ୍ଟ ଭାବେ କୁହାଯାଇଛି ।

– ସପ୍ ଆଣ୍ଡ ଏଷ୍ଟାବ୍ଲିସମେଂଟ ଆକ୍ଟରେ ପଞ୍ଜିକୃତ ହେଇଥିବା ସମସ୍ତ ଦୋକାନ

– ପୌରପାଳିକା ଅଂଚଳ ବାହାରେ ଥିବା ରେସିଡେନ୍ସିଆଲ କଂପ୍ଲେକ୍ସ ଓ ମାର୍କେଟ କଂପ୍ଲେକ୍ସରେ ଥିବା ଦୋକାନ

– ରେସିଡେନସିଆଲ ଅଂଚଳ ଓ ଏହା ଆଖପାଖ ବଜାରରେ ଥିବା ଦୋକାନ

– ଗ୍ରାମାଂଚଳରେ ସବୁ ପ୍ରକାର ପଞ୍ଜିକୃତ ଦୋକାନ ଖୋଲିବାକୁ ଅନୁମତି

– ସହରାଂଚଳରେ କେବଳ ଗୋଟିକିଆ ଦୋକାନ ଖୋଲାଯାଇ ପାରିବ

– ପୌରପାଳିକା ଭିତରେ ନଥିବା ଦୋକାନ ୫୦ ପ୍ରତିଶତ କର୍ମଚାରୀରେ ଖୋଲିବ