ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ

ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ସନ୍ଧ୍ୟାରେ ସ୍ଥାନୀୟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଶୁଭ ଉଦ୍‌ଘାଟନ କରିଛନ୍ତି ।

ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ହସ୍ତଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରେତ୍ସାହନମାନ ପ୍ରଦାନ କରୁଛନ୍ତି । ବଜାର ସହାୟତା ପାଇଁ ପ୍ରଦର୍ଶନୀମାନ ଆୟୋଜନ କରାଯାଉଛି । କାରିଗର, ସ୍ୱୟଂ ସହାୟକ ଗୋଷ୍ଠୀ, ଶୀର୍ଷ ଅନୁଷ୍ଠାନ ଓ ସମବାୟ ସମିତିମାନଙ୍କୁ ଦକ୍ଷତା ବୃଦ୍ଧି, କାରିଗରୀ କୌଶଳ ବୃଦ୍ଧି ତାଲିମ, ଉନ୍ନତ ମାନର ଯନ୍ତ୍ରପାତି, ବ୍ୟାଙ୍କ ଋଣ ସହାୟତା, ଭିତ୍ତିଭୂମିର ବିକାଶ, ନମୂନା ବିକାଶ, ପ୍ରଦର୍ଶନୀ ମାଧ୍ୟମରେ ବଜାର ସହାୟତା ଇତ୍ୟାଦି ଯୋଗାଇ ଦିଆଯାଉଛି । ଏହା ବ୍ୟତୀତ ‘ଉତ୍କଳିକା’ ମାଧ୍ୟମରେ ଅନ୍‌ଲାଇନ୍‌ ମାର୍କେଟିଂର ବ୍ୟବସ୍ଥା କରାଯାଇଛି ।
ଉତ୍ପାଦିତ ସାମଗ୍ରୀଗୁଡ଼ିକର ବିକି୍ରବଟାର ସହାୟତା ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଚଳିତ ବର୍ଷ ଏକ ରାଜ୍ୟସ୍ତରୀୟ ପ୍ରଦର୍ଶନୀ, ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆ ଭୁବନେଶ୍ୱରଠାରେ ମାର୍ଚ୍ଚ ୨ରୁ ୮ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଇଛି ।

ଏହି ଅବସରରେ ୧୧୦ଟି ଷ୍ଟଲ୍‌ ନିର୍ମାଣ କରାଯାଇ ୧୩୬ ଜଣ କାରିଗରମାନଙ୍କୁ ବିନା ଦେୟରେ ପ୍ରଦାନ କରାଯାଉଛି । ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତସିଂହପୁର, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ମାଲକାନଗିରି, କନ୍ଧମାଳ ଓ ବୌଦ୍ଧ ।

ଏହି ପ୍ରଦର୍ଶନୀ ମାଧ୍ୟମରେ ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ହସ୍ତଶିଳ୍ପ ସାମଗ୍ରୀ ବିକି୍ର ହେବାର ଆକଳନ କରାଯାଇଛି । ଏହି ମେଳାରେ ପଥର ଖୋଦେଇ, କାଠ ଖୋଦେଇ, ଧାନ ତିଆରି ହସ୍ତଶିଳ୍ପ ଓ ଜନଜାତି ଅଳଙ୍କାର ହସ୍ତଶିଳ୍ପର କାର୍ଯ୍ୟକୌଶଳର ପ୍ରତ୍ୟକ୍ଷ ପ୍ରଦର୍ଶନ ମଧ୍ୟ କରାଯାଉଛି । ଏହି ଅବସରରେ ପ୍ରତ୍ୟେକ ସନ୍ଧ୍ୟାରେ ଓଡ଼ିଶାର ସୁନାମଧନ୍ୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା
କରାଯାଇଛି । ଏତଦ୍‌ବ୍ୟତୀତ, ସୁସ୍ୱାଦୁ ଖାଦ୍ୟପେୟ ଏବଂ ପିଲାମାନଙ୍କ ପାଇଁ ଖେଳକୁଦର ବନ୍ଦୋବସ୍ତ କରାଯାଉଛି ।

ପ୍ରକାଶ ଥାଉକି, ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ଟି ହସ୍ତଶିଳ୍ପକୁ ଆଧାର କରି ୧ ଲକ୍ଷ ୩୦ ହଜାରରୁ ଊଦ୍ଧ୍ୱର୍ କାରିଗରମାନେ ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି । ହସ୍ତଶିଳ୍ପ କଳାକୃତି ପାଇଁ ଆମ ରାଜ୍ୟ ଓଡ଼ିଶା ବହୁସଂଖ୍ୟାରେ ଜାତୀୟ ସ୍ତରୀୟ ପୁରସ୍କାର ପ୍ରାପ୍ତ ହେବାର ଗୌରବ ଅର୍ଜନ କରିଛି । ଅଦ୍ୟାବଧି ୧୬୮ ଜଣ ହସ୍ତଶିଳ୍ପୀ ଜାତୀୟ ପୁରସ୍କାର ପ୍ରାପ୍ତ ହୋଇଛନ୍ତି ଏବଂ ତନ୍ମଧ୍ୟରୁ ୪ ଜଣ ପଦ୍ମ ପୁରସ୍କାର ୧୧ ଜଣ ଶିଳ୍ପୀଗୁରୁ ଭାବେ ସମ୍ମାନିତ ହୋଇଛନ୍ତି । ଏତଦ୍‌ବ୍ୟତୀତ ୨୯୦ ଜଣ ହସ୍ତଶିଳ୍ପୀ ରାଜ୍ୟସ୍ତରୀୟ ପୁରସ୍କାର ଗ୍ରହଣ କରିଛନ୍ତି । ଏହି ଉଦ୍‌ଘାଟନୀ ଉତ୍ସବରେ ହସ୍ତଶିଳ୍ପ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ବସନ୍ତ କୁମାର ଦାଶ, ହସ୍ତତନ୍ତ, ବୟନ ଓ ହ ସ୍ତଶିଳ୍ପ ବିଭାଗର ସ୍ୱତ ନ୍ତ୍ର ସଚିବ ଶ୍ରୀକା; କୁମାର ପୃଷ୍ଟି, ଯୁଗ୍ମ ସଚିବ ଶୀ୍ର ମତୀ ଅଞ୍ଜନା ପଣ୍ଡା, ହ ସ୍ତଶିଳ୍ପ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟର ସ୍ପେସାଲ୍‌ ଅଫିସର ଶ୍ରୀ ସନାତନ ନାୟକଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।