ଆଜି ସ୍ୱର୍ଗତ ସୁଷମା ସ୍ୱରାଜଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ସୁଷମା ସ୍ୱରାଜଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସୁଷମା ସ୍ୱରାଜଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସେ ଟୁଇଟ ଜରିଆରେ ବାଳୁକା କଳାର ଫଟୋ ସେୟାର କରି ଲେଖିଛନ୍ତି, ମୁଁ ହୃଦୟର ସହ ପଦ୍ମବିଭୂଷଣ ସୁଷମା ସ୍ୱରାଜ ଜୀଙ୍କୁ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।