ସାଂସଦ ସୁରେଶ ପୂଜାରୀଙ୍କୁ କରୋନା

ଭୁବନେଶ୍ୱର : ବରଗଡ଼ ସାଂସଦ ତଥା ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।


ସେ କହିଛନ୍ତି,”କରୋନା ର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲି । ଆଜି ରିପୋର୍ଟ ପଜିଟିଭ୍ ଆସିଛି ବୋଲି ବରଗଡ଼ ଜିଲ୍ଲାପାଳ ମୋତେ ସୂଚନା କରିଛନ୍ତି I ସମ୍ବଲପୁର ଓ ବରଗଡ଼ ଜିଲ୍ଲାପାଳ ତଥା ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନରେ ଅଛି ଏବଂ ସୁସ୍ଥ ଅଛି।”

ସୂଚନାଯୋଗ୍ୟ, ଖାଲି ସୁରେଶ ପୂଜାରୀ ନୁହନ୍ତି, ଏହା ପୂର୍ବରୁ ନୀଳଗିରି, ରେମୁଣା ଓ ସାଲେପୁର ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେହିପରି ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବିଏସ ୟଦୁରୁପା କରୋନାରେ ଆକ୍ରାନ୍ତ ହୋଇ ଚିକତ୍ସାଧୀନ ଅଛନ୍ତି। ନିକଟରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କରୋନାରେ ଆରୋଗ୍ୟ ହୋଇଛନ୍ତି।