ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ।  ଆଜି ସକାଳ ୫ଟା ୨୩ ମିନିଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର ।

ଏଠାରେ ତାଙ୍କୁ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦାମଙ୍କ ବିୟୋଗରେ ଟ୍ୱିଟ୍ ଜରିଆରେ ଶୋକ ପ୍ରକାଶ କରିବା ସହ ତାଙ୍କ କାର୍ୟ୍ୟ ଦକ୍ଷତାକୁ ସ୍ମରଣ କରିଥିଲେ ଏବଂ ତାଙ୍କର ବିୟୋଗ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ବୋଲି କହିଥିଲେ ।