ଜାରି ରହିଛି ଶେଷ ପର୍ଯ୍ୟାୟ ନିର୍ବାଚନ, ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍

ଓଡ଼ିଶାରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ବାଜିରେ ଲାଗିଛି ବହୁ ହେଭିୱେଟଙ୍କ ଭାଗ୍ୟ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ । ଏପରିସ୍ଥଳେ ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି ।

ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର । ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ । ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା । ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା ।