୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ହେବ ଝଡ଼ ତୋଫାନ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ ଆଜି ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, “ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରଫ୍‌ ଲାଇନ୍‌ ଲମ୍ବିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବଲାଙ୍ଗିର, ସୋନପୁର,କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।”