ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା,୨୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପବନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୨୧ଟି ଜିଲ୍ଲାକୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଅନୁଗୋଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା