ଆଜି ମହାପ୍ରଭୁ ନବଯୌବନ ବେଶରେ ଭକ୍ତଙ୍କୁ ଦେବେ ଦର୍ଶନ

ପୁରୀ: ଜ୍ୱରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଅଣସର ଘରୁ ବାହାରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ଦୀର୍ଘ ଦିନ ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ଥିବା ଶ୍ରଦ୍ଧାଳୁମାନେ ଆଜି ନବଯୌବନ ଦର୍ଶନ କରିବାର ସୌଭାଗ୍ୟ ଅର୍ଜନ କରିବେ । 

ଆଜି ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଯାଏ ଭିତରକାଠ ପାଖରୁ ପରମାଣିକ ଦର୍ଶନ ଓ ୩ଟା ୩୦ରୁ ୪ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ । ସକାଳୁ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯିବ ନାହିଁ  । ନବଯୌବନ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ରହିଛି । ତେଣୁ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।