ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ: ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ ତମ ଜନ୍ମଦିନ। ଏହି ଅବସରରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

ଜନ୍ମଦିନ ଅବସରରେ ମୋଦିଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଆସୁଥିବାବେଳେ ବାଲୁକା କଳା ମାଧ୍ୟମରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପୁରୀର ସମୁଦ୍ର ବେଳାଭୂମୀରେ ବାଲୁକା କଳାରେ ମୋଦିଙ୍କ ପ୍ରତିକୃତି ଆଙ୍କିବା ସହ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।