ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଭିଡିଓ କନଫରେନ୍ ସିଂ ଜରିଆରେ ସନ୍ଧ୍ୟା ୫ଟା ୪୫ ମିନିଟ୍ ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ନେଇ ଆଶା କରାଯାଉଛି ।

ସୂଚନା ଅନୁଯାୟୀ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୋଟିଏ ଅଧ୍ୟାଦେଶ ଜାରି କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହା ପରେ କୃଷି ଓ ଐତିହ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏଥିରେ କୃଷି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ଏହି କ୍ୟାବିନେଟ୍ କମିଟିରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷ ଥିବା ବେଳେ କୃଷି ମନ୍ତ୍ରୀ, ସମବାୟ ମନ୍ତ୍ରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ଅର୍ଥ ମନ୍ତ୍ରୀଙ୍କ ସମେତ ୧୧ ଜଣ ମନ୍ତ୍ରୀ ସଦସ୍ୟ ଅଛନ୍ତି। ମୁଖ୍ୟ ଶାସନ ସଚିବ ଏହି କମିଟିର ସଚିବ ରହିଥିବାବେଳେ କୃଷି ବିଭାଗ ସଚିବ ଏହାର ଆବାହକ ରହିଛନ୍ତି।