ଆଜିଠୁ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ ଟିକେଟ

ଭୁବନେଶ୍ବର : ଶନିବାରଠାରୁ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ ଟିକେଟ(ୟୁଟିଏସ୍‌) ପ୍ରଚଳନ ହେବ। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଶୁଭାରମ୍ଭ କରିବେ। ଓଡ଼ିଶାରେ ଥିବା ସମସ୍ତ ରେଳ ଷ୍ଟେସନରୁ ଦେଶର...

ଭୁବନେଶ୍ବର : ଶନିବାରଠାରୁ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ ଟିକେଟ(ୟୁଟିଏସ୍‌) ପ୍ରଚଳନ ହେବ। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଶୁଭାରମ୍ଭ କରିବେ। ଓଡ଼ିଶାରେ ଥିବା ସମସ୍ତ ରେଳ ଷ୍ଟେସନରୁ ଦେଶର ବିଭିନ୍ନ ପ୍ରାନ୍ତକୁ ଯାତ୍ରୀମାନେ ଓଡ଼ିଆ ଭାଷା ଲିଖିତ ଟ୍ରେନ ଟିକେଟ କ୍ରୟ କରିପାରିବେ। ଏଥିସହ ଆସନ୍ତାକାଲି ଅପରାହ୍‌ଣରେ ଜୁନାଗଡ଼ ରୋଡ଼-ଭୁବନେଶ୍ୱର-ଜୁନାଗଡ଼ ରୋଡ଼ ଏକ୍ସପ୍ରେସର ପୃଥକ ଭାବେ ଚଳାଚଳ ଆରମ୍ଭ ହେବ। ପୂର୍ବତଟ ରେଳପଥ ମୁଖ୍ୟାଳୟ ତଥା ରେଳସଦନଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଭିଡିଓ କନଫରେନସିଂ ମାଧ୍ୟମରେ ସବୁଜ ପତାକା ପ୍ରଦର୍ଶନ କରି ଏହାର ଶୁଭାରମ୍ଭ କରିବେ।

କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତ ଉପସ୍ଥିତ ରହିବେ। ଜୁନାଗଡ଼ ରୋଡ଼ଠାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଓ ସାଂସଦ ବସନ୍ତ କୁମାର ପଣ୍ଡା ଉପସ୍ଥିତ ରହିବେ। ପୂର୍ବରୁ ଏହି ଟ୍ରେନ ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ହୀରାଖଣ୍ଡ ଏକ୍ସପ୍ରେସ ସହିତ ଭୁବନେଶ୍ୱର ଓ ରାୟଗଡ଼ା ମଧ୍ୟରେ ଉଭୟ ଦିଗରୁ ଚଳାଚଳ କରୁଥିଲା। ରାୟଗଡ଼ାଠାରୁ ଅଲଗା ହୋଇ ପୃଥକ ପୃଥକ ଭାବେ ଜଗଦଲପୁର ଓ ଜୁନାଗଡ଼ ରୋଡ଼ ଯାତ୍ରା କରୁଥିଲା।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...