ଟ୍ରକ୍-ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବାକୁ ଲାଗିଲା ନିଆଁ; ଜଳିଗଲେ ୨ ଚାଳକ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଯୁମୁରାଠାରେ ୫୫ ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍ ଓ ଗ୍ୟାସ୍ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଧକ୍କା ଫଳରେ ଗାଡି ୨ଟି ଜଳିଯିବା ସହ ସେଥିରେ ଥିବା ୨ ଚାଳକ ମଧ୍ୟ ଜଳିଯାଇଥିବା ଜଣାପଡିଛି । ମୃତକଙ୍କ ପରିଚୟ ମିଳି ନଥିବାବେଳେ ଏମାନେ ଡ୍ରାଇଭର କିମ୍ବା ହେଲପର ଜଣାପଡିନାହିଁ ।

ପୋଲିସ ଅନୁସାରେ, ଲୁହା ବୋଝେଇ ଟ୍ରକଟି ସମ୍ୱଲପୁରରୁ ରେଢ଼ାଖୋଲ ଅଭିମୁଖେ ଯାଉଥିଲା। ଆଉ ଗ୍ୟାସ୍‌ ଟ୍ୟାଙ୍କରଟି ବିପରୀତ ଦିଗରୁ ଆସୁଥିବା ବେଳେ ଦୁଇ ଗାଡ଼ି ମଧ୍ୟରେ ମହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗାଡ଼ିରେ ନିଆଁ ଲାଗି ଯାଇଥିବା ବେଳେ ସେଥିରେ ଥିବା କର୍ମଚାରୀ ବାହାରି ନ ପାରି ଜଳି ଯାଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।