କଶ୍ମୀର ପାଇଁ ପୁଣି ଥରେ ମଧ୍ୟସ୍ଥତା କରିବେ ଟ୍ରମ୍ପ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥି କରିବା ପାଇଁ ପୁଣି ଇଚ୍ଛା ପ୍ରକାଶ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି କଶ୍ମୀରକୁ ନେଇ ଯେଉଁ ବିବାଦ ରହିଛି ଏଥିରେ ମୁଖ୍ୟ କାରଣ ଧର୍ମ। ଏହି ବିବାଦର ସମାଧାନ ହେବା ଦରକାର ବୋଲି ସେ ଗତକାଲି ଗଣମାଧ୍ୟମକୁ କହିଛନ୍ତି। ସମସ୍ୟାର ସମାଧାନ ପାଇଁ ଯଥାସମ୍ଭବ ସେ ସମସ୍ତ ପ୍ରକାର ଚେଷ୍ଟା କରିବେ ବୋଲି କହିଛନ୍ତି।

ଆଗାମୀ ଦିନରେ ଫ୍ରାନ୍ସରେ ହେବାକୁ ଥିବା ଜି-୭ ବୈଠକରେ ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଟ୍ରମ୍ପ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଦୁଇ ଦିନ ତଳେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତିଙ୍କ ସହିତ ୩୦ ମିନିଟ୍ ଧରି କଶ୍ମୀର ପ୍ରସଙ୍ଗରେ ଫୋନରେ କଥା ହୋଇଥିଲେ।