ତୁଳସୀକ୍ଷେତ୍ରର ଉନ୍ନତି ପାଇଁ ୨ କୋଟି ଟଙ୍କାର ଉନ୍ନୟନ ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରପଡା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ କେନ୍ଦ୍ରପଡା ଗସ୍ତରେ ଯାଇ ଶ୍ରୀ ବଳଦେବଜୀଉଙ୍କର ଦର୍ଶନ କରିଥିଲେ । ଆଜି ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ତିନି ଠାକୁର ସ୍ନାନ ମଣ୍ଡପରେ ପୂଜା ପାଉଛନ୍ତି । ମୁଖ୍ୟମନ୍ତ୍ରୀ ସ୍ନାନ ମଣ୍ଡପରେ ଠାକୁରଙ୍କୁ ଦର୍ଶନ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ଓ ଏହାର ପାରିପାଶ୍ୱର୍ିକ ଉନ୍ନତି ପାଇଁ ୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥିରେ ଠାକୁରଙ୍କ ଝୁଲଣ ମଣ୍ଡପର ପୁନରୁଦ୍ଧାର, ସାଆନ୍ତ ସାହିଠାରେ ଶ୍ରୀ ବଳଦେବଜୀଉ କଲ୍ୟାଣ ମଣ୍ଡପ ନିର୍ମାଣ, ମନ୍ଦିରର ଉତର ପାଶ୍ୱର୍ରେ ପ୍ରାଚୀର ନିର୍ମାଣ, ବିବାହ ମଣ୍ଡପ ନିକଟରେ ଶୌଚାଳୟ ନିର୍ମାଣ ଓ ଗଭୀର ନଳକୂପ ଓ ବଡ ଟାଙ୍କି ଜରିଆରେ ୨୪ ଘଂଟିଆ ଜଳଯୋଗାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।