ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ...

ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ସୁଜାତା ଦାସ ଏବଂ ସୁମନ ଦାସ। ଏ ଦୁହେଁ ଦାଦା ଓ ବଡ଼ବାପା ଝିଅ ଭଉଣୀ।  ତେବେ ସେମାନଙ୍କର ଅନ୍ୟ ଜଣେ ଭଉଣୀ ସୁନୀତା ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଆଜି ସକାଳେ ଏ ତିନି ଜଣ ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇଥିଲେ। ତେବେ ଶୁକୁପାଇକା ନଈରେ ଗୋଡ଼ ଖସି ସୁଜାତା ଓ ସୁମନ ବୁଡ଼ି ଯାଇଥିଲେ। ସୁନୀତା ବି ନଦୀରେ ବୁଡ଼ି ଯାଇଥିଲେ। ତେବେ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ସୁଜାତା ଓ ସୁମନଙ୍କୁ ଗାଁ ଲୋକେ ଉଦ୍ଧାର କରି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା। ଏହା ପରେ ବ୍ୟବଚ୍ଛେଦ ପାଇଁ ସେମାନଙ୍କ ମୃତଦେହକୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ଏ ଘଟଣା ପରେ ସଫିପୁର ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Spread the love
Categories
ଓଡିଶା

RELATED BY

  • ଇମ୍ଫା ଓ ଏନ୍‌ଆଇଟି ମଧ୍ୟରେ ଚୁକ୍ତି

    ଭୁବନେଶ୍ୱର: ଇଣ୍ଡିଆନ ମେଟାଲ୍ସ ଓ ଫେରୋ ଆଲଏଜ୍ ଲିମିଟେଡ୍ (ଇମ୍ଫା)ର ପ୍ରତିଷ୍ଠାତା ସ୍ୱର୍ଗତ ଡ. ବଂଶୀଧର ପଣ୍ଡାଙ୍କ ସ୍ମୃତିରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ସ୍ ଅଫ୍ ଟେକ୍ନୋଲୋଜି (ଏନ୍‌ଆଇଟି) ରାଉରକେଲାରେ ଏକ ସ୍ୱର୍ଣ୍ଣପଦକ ପ୍ରତିଷ୍ଠା କରିବା ନିମନ୍ତେ ଉଭୟ ଅନୁଷ୍ଠାନ ମଧ୍ୟରେ ଚୁକ୍ତି...
  • ସଞ୍ଜୟ ସାହୁଙ୍କୁ ‘ବେଷ୍ଟ ପିଆର୍‌ଓ’ ପୁରସ୍କାର

    ଭୁବନେଶ୍ୱର : କର୍ପୋରେଟ୍ ଯୋଗାଯୋଗ ଏବଂ ଗଣମାଧ୍ୟମ ସମ୍ପର୍କ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଦ୍ୱାରା ସଞ୍ଜୟ କୁମାର ସାହୁଙ୍କୁ ‘ବେଷ୍ଟ ପବ୍ଲିକ୍ ରିଲେସନ ଅଫିସର୍‌’ ସମ୍ମାନରେ ସମ୍ମାନିତ କରାଯାଇଛି । ଭବନେଶ୍ୱରରେ ଜାତୀୟ...
  • ୱେବ୍‌ ପୋର୍ଟାଲ ‘ଓଡ଼ିଆ ଫଳକ’ ଲୋକାର୍ପିତ, ନିୟମ ଉଲଂଘନ କଲେ ୨୫ ହଜାର ଟଙ୍କା ଯାଏଁ ଜରିମାନା

    ଭୁବନେଶ୍ୱର: ଓଡ଼ିଶା ସରକାର ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମ ଫଳକ ଲେଖିବାକୁ ଗୁରୁତ୍ୱ ଦେଉଛନ୍ତି। ଏ ନେଇ ମଙ୍ଗଳବାର ଇଏସ୍‌ଆଇ କାର୍ଯ୍ୟାଳୟଠାରେ ଶ୍ରମବିଭାଗର ୱେବ୍‌ ପୋର୍ଟାଲ ‘ଓଡ଼ିଆ ଫଳକ’ ଲୋକାର୍ପିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ...
  • ୨୦୧୯-୨୦ ଖରିଫ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକେନ ବ୍ୟବସ୍ଥା

    ଭୁବନେଶ୍ୱର: ଧାନ ସଂଗ୍ରହ ଧାର୍ଯ୍ୟ ଦିବସ ପୁର୍ବରୁ ଚାଷୀମାନଙ୍କୁ ସେମାନଙ୍କ ବିକ୍ରି ଯୋଗ୍ୟ ଧାନ ସହ ସମ୍ପୃକ୍ତ ମଣ୍ଡିରେ ଉପସ୍ଥିତ ରହିବା ପାଇଁ ଏସଏମଏସ୍ ମାଧ୍ୟମରେ ପଞ୍ଜିକୃତ ମୋବାଇଲ ନମ୍ବରକୁ ବାର୍ତା ପ୍ରେରଣ କରାଯାଉଛି । ଅଗ୍ରୀମ ଟୋକେନର ତାଲିକା...