ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ : ଦୁଇ ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀର : ଜାମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନମୟ ହୋଇଛି । ଏହି ଗୁଳିବିନିମୟରେ ସୁରକ୍ଷା ବାହିନୀକୁ ବଡ ସଫଳତା ମିଳିଛି । ଭାରତୀୟ ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ନେଇ ଜାମ୍ମୁ କାଶ୍ମୀର ପୁଲିସ ସ୍ପଷ୍ଟ ସୂଚନା ଦେଇଛି ।

ଘଟଣା ସଂକ୍ରାନ୍ତରେ ନିଶ୍ଚିତ କରି ଜମ୍ମୁ ଓ କଶ୍ମୀର ପୁଲିସ ମହାନିର୍ଦେଶକ ବିଜୟ କୁମାର କହିଛନ୍ତି ଯେ, ଏହି ଅଭିଯାନରେ ଦୁଇ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। କିନ୍ତୁ, ନିହତ ଆତଙ୍କବାଦୀମାନଙ୍କର ପରିଚୟ ମିଳିନାହିଁ ବୋଲି ସେ କହିଛନ୍ତି। ନିହତ ଦୁଇ ଆତଙ୍କବାଦୀଙ୍କ ପାଖରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି।

ଏବେ ମଧ୍ୟ ସେ ଅଞ୍ଚଳରେ ତଲାସ ଅଭିଯାନ ଚାଲୁ ରହିଥିବା କଥା ପୁଲିସ କହିଛି। ୱାନପୋରାରେ ଆତଙ୍କବାଦୀମାନେ ଆତ୍ମଗୋପନ କରିଥିବା ବିଷୟରେ ନିର୍ଦ୍ଦିଷ୍ଟ ସୂଚନା ପାଇବା ପରେ ଜମ୍ମୁ ଓ କଶ୍ମୀର ପୁଲିସ, ସେନା ଏବଂ ସିଆର୍‌ପିଏଫ୍ ମିଳିତ ଦଳ କର୍ଡନ୍ ଆଣ୍ଡ୍ ସର୍ଚ ଅଭିଯାନ ଆରମ୍ଭ କରିଥିଲେ।