ଫେବୃୟାରୀ ୭ରେ ପଶ୍ଚିମବଙ୍ଗ ଠାରେ ୪ ହଜାର ୭୦୦ କୋଟି ମୂଲ୍ୟର ୪ଟି ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ-ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମଗସ୍ତ ଗସ୍ତ କାର୍ଯ୍ୟକ୍ରମ ନେଇ ବିସ୍ତୃତ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ

ପଶ୍ଚିମବଙ୍ଗ/ଭୁବନେଶ୍ୱର :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଫେବୃୟାରୀ ୭ରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେଇ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ସଡ଼କ ପରିବହନ ବିଭାଗର ମୋଟ୍ ୪ ହଜାର ୭୦୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ୪ଟି ବିକାଶମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରବିବାର ପଶ୍ଚିମବଙ୍ଗ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ବିସ୍ତୃତ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

 ପେଟ୍ରୋଲିୟମ – ପ୍ରାକୃତିକ ଗ୍ୟାସ ଏବଂ ସଡ଼କ ଓ ପରିବହନ ବିଭାଗର ୩ଟି ପ୍ରକଳ୍ପର ଉଦଘାଟନ ସହ ଗୋଟିଏ ପ୍ରକଳ୍ପର ହେବ ଶିଳାନ୍ୟାସ
 ୨୪୩୩ କୋଟି ବ୍ୟୟରେ ନିର୍ମିତ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ,୧୦୦୦ କୋଟିର ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ୧୯୦ କୋଟିର ଏନଏଚ-୪୧ରେ ୪ ଲେନ୍ ବିଶିଷ୍ଟ ଫ୍ଲାଏ ଓଭରର ହେବ ଲୋକାର୍ପଣ
 ୧୦୨୦ କୋଟି ବ୍ୟୟରେ ନିର୍ମାଣ ହେବାକୁ ଥିବା ଇଣ୍ଡିଆନ ଅଏଲର ହଳଦିଆ ରିଫାଇନାରୀର ଦ୍ୱିତୀୟ କାଟାଲିଟିକ୍ ଡ଼ିୱାକ୍ସିଂ ୟୁନିଟ୍‌ର ହେବ ଶିଳାନ୍ୟାସ
 ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗକୁ ପାଇପରେ ଆସିବ ଗ୍ୟାସ
 ପୂର୍ବ ଭାରତର ଏଲପିଜି ଆବଶ୍ୟକତାକୁ ପୂରଣ କରିବ ଏଲପିଜି ଇମ୍ପୋର୍ଟ ଟର୍ମିନାଲ
ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ପଶ୍ଚିମବଙ୍ଗ ସମେତ ପୂର୍ବ ଭାରତର ସାମଗ୍ରିକ ବିକାଶକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତା ୭ ତାରିଖରେ ପ୍ରଧାନମନ୍ତ୍ରୀ ୩ଟି ପ୍ରକଳ୍ପ ଯଥା ୩୪୭ କିଲୋମିଟର ଲମ୍ବ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ,
ଭାରତ ପେଟ୍ରୋଲିୟମ କର୍ପୋରେସନ(ବିପିସିଏଲ) ଦ୍ୱାରା ନିର୍ମିତ ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ଜାତୀୟ ରାଜପଥ- ୪୧ର ହଳଦିଆର ରାଣୀଛକ ଠାରେ ୪ ଲେନ୍ ବିଶିଷ୍ଟ ଆରଓବି-କମ୍‌-ଫ୍ଲାଏ ଓଭରର ଲୋକାର୍ପଣ କରିବା ସହ ଭାରତୀୟ ତୈଳ ନିଗମର(ଆଇଓସିଏଲ) ହଳଦିଆ ରିଫାଇନାରୀର ଦ୍ୱିତୀୟ କାଟାଲିଟିକ୍ ଡ଼ିୱାକ୍ସିଂ
ୟୁନିଟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଏ ସମ୍ପର୍କରେ ବିସ୍ତୁତ ତଥ୍ୟ ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଦେଶରେ ଶାସନ ଦାୟିତ୍ୱରେ ରହିବା ପରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପଶ୍ଚିମବଙ୍ଗ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ୩୪୭ କିଲୋମିଟର ଲମ୍ବ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନର ଲୋକାର୍ପଣ କରିବେ । ଫଳରେ ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ପାଇପରେ ଗ୍ୟାସ ଆସିବ । ଏହି ଧୋବି- ଦୁର୍ଗାପୁର ଗ୍ୟାସ୍ ପାଇପଲଇନ ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା ପ୍ରକଳ୍ପର ମହତ୍ୱକାଂକ୍ଷୀ ପ୍ରକଳ୍ପ । ଏହି ପାଇପଲାଇନ ୨୪୩୩ କୋଟି ବ୍ୟୟରେ ଗେଲ୍ ଦ୍ୱାରା ନିର୍ମାଣ କରାଯାଇଛିô । ଏହି ପ୍ରକଳ୍ପ ମଧ୍ୟରେ ୧୫ ଲକ୍ଷ ମାନବ ଦିବସ
ରୋଜଗାର ସୃଷ୍ଟି କରାଯାଇଛି । ଏହି ପାଇପଲାଇନ ଝାଡ଼ଖଣ୍ଡର ହର୍ଲ ସିନ୍ଦରି ସାର କାରଖାନାର ପନଃଉଦ୍ଧାର କରିବା ସହ ଏହି ପ୍ଲାଟ୍ ସମେତ ଶିଳ୍ପ, ବାଣିଜ୍ୟିକ ଏବଂ ଅଟୋମୋବାଇଲ କ୍ଷେତ୍ର ତଥା ଆଖପାଖର ପ୍ରମୁଖ ସହରକୁ ଗ୍ୟାସ ଯୋଗାଇବ ।
ସେହିପରି ପଶ୍ଚିମବଙ୍ଗ ଏବଂ ପୂର୍ବ ଭାରତର ଏଲପିଜି ଆବଶ୍ୟକତାକୁ ପୂରଣ କରିବା ପାଇଁ ପଶ୍ଚିମବଙ୍ଗରୁ ବିପିସିଏଲ ଦ୍ୱାରା ହଳଦିଆ ଠାରେ ୧୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏଲପିଜି ଇମ୍ପୋର୍ଟ ଟର୍ମିନାଲର ଲୋକାର୍ପଣ କରାଯିବ । ଏହି ଏଲପିଜି ଟର୍ମିନାଲ ପୂର୍ବାଂଚଳରେ ଏଲପିଜିର ବଢ଼ୁଥିବା ଚାହିଦାକୁ ପୂରଣ କରିବ
ଏବଂ ପ୍ରତ୍ୟେକ ପରିବାରକୁ ସ୍ୱଚ୍ଛ ରନ୍ଧନ ଏଲପିଜି ଯୋଗାଇବା ପାଇଁ ଥିବା ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟକୁ ପୂରଣ କରିବାରେ ସାହାଯ୍ୟ କରିବ । ସମଗ୍ର ଭାରତବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମହତ୍ୱକାଂକ୍ଷୀ ଉଜ୍ଜଳା ଯୋଜନାରେ ୮ କୋଟିରୁ ଉର୍ଦ୍ଧ୍ୱ ଗ୍ୟାସ ସଂଯୋଗ ହୋଇଥିବା ବେଳେ କେବଳ ପଶ୍ଚିମବଙ୍ଗରେ ଏହି ୮ କୋଟିର ୧୧ ପ୍ରତିଶତ
ଅର୍ଥାତ୍ ୮୮ ଲକ୍ଷ ୫୧ ହଜାର ଗ୍ୟାସ ସଂଯୋଗ ହୋଇଥିବା ଶ୍ରୀ ପ୍ରଧାନ ପ୍ରକାଶ କରିଥିଲେ । ଏହାବ୍ୟତିତ ଲୋକାର୍ପିତ ହେବାକୁ ଥିବା ଜାତୀୟ ରାଜପଥ- ୪୧ର ହଳଦିଆ ସ୍ତିତ ରାଣୀଛକ ଠାରେ ୪ ଲେନ୍‌ ବିଶିଷ୍ଟ ଆରଓବି-କମ୍‌- ଫ୍ଲାଏଓଭର ପାଇଁ ୧୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହି ଫ୍ଲାଏ ଓଭରର କାର୍ଯ୍ୟକ୍ଷମ ହେବା ଦ୍ୱାରା କୋଲାଘାଟରୁ ହଳଦିଆ ଡକ୍ କମ୍ପେ୍ଲକ୍ସ ଏବଂ ଅନ୍ୟାନ୍ୟ ଆଖପାଖ ଅଂଚଳରେ ଟ୍ରାଫିକ୍‌ ଭିଡ ନିୟନ୍ତ୍ରଣ ସହ ଯାତାୟାତ ସହଜ ହେବ । ଏହାସହ ଯାତାୟତ ଏବଂ ଭାରୀ ଯାନଗୁଡିକର ପରିବହନ ଖର୍ଚ୍ଚ ମଧ୍ୟ ସଂଚୟ ହେବ ।
ଅପରପକ୍ଷରେ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଅଏଲର ହଳଦିଆ ରିଫାଇନାରୀର ଦ୍ୱିତୀୟ କାଟାଲିଟିକ୍ ଡ଼ିୱାକ୍ସିଂ ୟୁନିଟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏହା ଦ୍ୱାରା ଏହି ରିଫାଇନାରୀରେ ୧ ହଜାର ୨୦ ଲକ୍ଷ କୋଟି ଟଙ୍କା ବ୍ୟୟରେ ବାର୍ଷିକ ୨୭୦ ମିଲିୟନ ମେଟ୍ରିକ୍ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ଗ୍ରୁପ ୩ ଲ୍ୟୁବ୍ ଅଏଲ୍ ବେସ୍ ଷ୍ଟକ୍‌
(ଏଲଓବିଏସ) ଉତ୍ପାଦନ କରାଯିବ । ଭାରତରେ ଏଭଳି ତୈଳ ଉତ୍ପାଦନ କରାଯିବାର ପ୍ରଥମ ହେବ । ଥରେ କାର୍ଯ୍ୟକ୍ଷମ ହେଲେ ଏହା ଆତ୍ମନିର୍ଭର ଭାରତ ଦିଗରେ ବିଦେଶରୁ ତୈଳ ଆମଦାନୀ ହ୍ରାସ କରିବାରେ ବଡ଼ ଭୂମିକା ଗ୍ରହଣ କରିବ ତଥା ୭୦ ପ୍ରତିଶତ ଏହି ତୈଳ ଆମଦାନୀର ୮ ପ୍ରତିଶତ ହ୍ରାସ କରିବ । ଏହା ଦ୍ୱାରା
ବିଦେଶୀ ମୁଦ୍ରାରେ ୧୮୫ମିଲିୟନ ୟୁଏସଡ଼ି ସଂଚୟ ହୋଇପାରିବ ।
ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହେବାକୁ ଥିବା ଏହି ପ୍ରକଳ୍ପ ଗୁଡିକ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂର୍ବୋଦୟ ପରକିଳ୍ପନାରେ ପୂର୍ବ ଭାରତ ବିକାଶର ପ୍ରାଥମିକତାକୁ ସୂଚାଉଛି । ପୂର୍ବ ଭାରତକୁ ଭାରତ ସହ ସାମଗ୍ରିକ ବିକାଶ ଆଣିବା ପାଇଁ ମିଶନ ମୋଡରେ କାର୍ଯ୍ୟକାରୀ ହେଉଛି । ଏହି ପ୍ରକଳ୍ପ ଗୁଡ଼ିକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ରୋଜଗାର ମାଧ୍ୟମରେ ଯୁବକମାନଙ୍କ ପାଇଁ ଆର୍ôଥକ ସୁଯୋଗ ସୃଷ୍ଟି କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Union Minister Press Meet at West Bengal