ଅନଲକ ୪.୦ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର; ଜାଣନ୍ତୁ କ’ଣ ହେଲା କୋହଳ

ହଟିଲା ରାତ୍ରିକାଳିନ କର୍ଫ୍ୟୁ ଓ ସପ୍ତାହାନ୍ତ ସଟଡାଉନ

ଭୁବନେଶ୍ୱର : କେନ୍ଦ୍ର ସରକାର ଅନଲକ ୪.୦ ଲାଗି ଗାଇଡଲାଇନ ଜାରି କରିବାର ଦିନକ ପରେ ରାଜ୍ୟ ସରକାର ଅନଲକ ୪.୦ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କିନ୍ତୁ କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା ଓ ସବଡିଭିଜନରେ ଲକଡାଉନ ଲାଗୁ ହେବ ନାହିଁ ।

ତେବେ କ’ ଣ ସବୁ କୋହଳ କରିଛନ୍ତି ରାଜ୍ୟ ସରକାର ଆସନ୍ତୁ ଜାଣିବା:

-କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏଁ ଲକ ଡାଉନ ଜାରି ରହିବ

-ସ୍ଥାନୀୟ ଅଧିକାରୀ କଣ୍ଟେନମେଣ୍ଟ ଜୋନ ନିର୍ଦ୍ଧାରଣ କରିପାରିବେ

-କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା, ସବଡିଭିଜନରେ ଲାଗୁ ହେବନି ଲକ ଡାଉନ

-ସେପ୍ଟେମ୍ବର ୩୦ ଯାଏଁ ଧାର୍ମିକ ସ୍ଥଳ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ

-ସିନେମା ହଲ, ସୁଇମିଂ ପୁଲ, ଥିଏଟର, ଅଡିଟୋରିୟମ ବନ୍ଦ ରହିବ

-ଅନ୍ତର୍ଜାତୀୟ ବିମାନ ଚଳାଚଳ ପୂର୍ବପରି ବନ୍ଦ ରହିବ

-ସେପ୍ଟେମ୍ବର ୨୧ରୁ ଓପନ ଏୟାର ଥିଏଟର ଖୋଲିବାକୁ ଅନୁମତି ମିଳିବ

-ସାମାଜିକ, ରାଜନୈତିକ, କ୍ରୀଡା, ମନୋରଂଜନ କାର୍ଯ୍ୟକ୍ରମ ବନ୍ଦ ରହିବ

-ଧାର୍ମିକ କାର୍ଯ୍ୟକ୍ରମ ଏବଂ ଅନ୍ୟ ବଡ ସମାବେଶ ବନ୍ଦ ରହିବ

-ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନ ବନ୍ଦ ରହିବ

-ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ପରୀକ୍ଷା, ଖାତା ଦେଖା ଚାଲୁ ରହିବ

-ଅନଲାଇନ ପାଠପଢା ଚାଲୁ ରହିବ, ଡିସଡାନ୍ସ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯିବ

-ସ୍କୁଲକୁ ୫୦ ପ୍ରତିଶତ ଶିକ୍ଷକ, କର୍ମଚାରୀ ଆସିବାକୁ ଅନୁମତି ମିଳିବ