ଆରପାରିରେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସ

ଭୁବନେଶ୍ୱର:  ଅଭିନେତା ଅଜିତ ଦାସଙ୍କ ଦେହାନ୍ତ । ସେ କୋଭିଡରେ ଆକ୍ରାନ୍ତ ହୋଇ କିଛି ଦିନ ହେବ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଆଜି ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଥିବାର ସୂଚନା ମିଳିଛି । ଏ ଖବର ଶୁଣି ସମଗ୍ର ଓଡିଆ କଳାପ୍ରେମୀ ଏକପ୍ରକାର ଭାଙ୍ଗି ପଡିଛନ୍ତି ।

ଅଜିତ ଦାସ ଜଣେ ଓଡ଼ିଆ ନାଟ୍ୟକାର, ମଞ୍ଚ ଅଭିନେତା ଏବଂ ନାଟ୍ୟଗୁରୁ ଥିଲେ । ସେ ମଞ୍ଚ ଅଭିନୟ ଶିକ୍ଷାନୁଷ୍ଠାନ ଅଭିନୟ ଜାଗୃତି ଇନଷ୍ଟିଚ୍ୟୁଟ ଅଫ ଥିଏଟରର ପ୍ରତିଷ୍ଠାତା ଥିଲେ ।

ଅଜିତ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରେ ଜନ୍ମଗ୍ରହଣ କରିଥିଲେ । ସେ ଛୋଟବେଳୁ ନାଟକ ସହିତ ଜଡିତ । ତାଙ୍କ ବଡ଼ବାପା ସୁଧୀର ଚନ୍ଦ୍ର ଦାସ ଜଣେ ନାଟକ ଅଭିନେତା ଥିଲେ ଓ ମୟୂରଭଞ୍ଜରେ ତାଙ୍କର ଏକ ନାଟକ ଟିମ ଥିଲା । ସେଠାରେ ନାଟକ ଦେଖୁ ଦେଖୁ ସେ ନାଟକ ଅଭିନୟ ପ୍ରତି ଆକର୍ଷିତ ହୋଇଥିଲେ । ଅଜିତ ଦାସ ୧୯୭୬ ମସିହାରେ ନିର୍ମିତ ସିନ୍ଦୂର ବିନ୍ଦୁରେ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ ।