ମାଓ ପ୍ରଭାବିତ ଅଂଚଳରେ ଅପରାହ୍ନ ୪ଟା ଯାଏ ଚାଲିବ ମତଦାନ

ଭୁବନେଶ୍ୱର: ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ। ୫ଟି ଲୋକସଭା ସହିତ ୩୫ଟି ବିଧାନସଭା ଆସନ ପାଇଁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। କିନ୍ତୁ ମାଓ ଅଧ୍ୟୁଷିତ ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ସୁରକ୍ଷା ଦୃଷ୍ଟିରୁ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରିବାକୁ ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି।

ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀର ପଦ୍ମପୁର ଓ ଭଟ୍ଟଲି ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ସେହିପରି ସୁନ୍ଦରଗଡ଼ ଲୋକସଭା ଆସନ ଅନ୍ତର୍ଗତ ରଘୁନାଥପାଲି ଓ ବଣାଇ ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ୪ଟା ଏବଂ ବଲାଙ୍ଗୀର ଲୋକସଭା ନିର୍ବାଚନମଣ୍ଡଳୀରେ ପାଟଣାଗଡ଼ ଓ କଣ୍ଟାବାଞ୍ଜି ବିଧାନସଭା ପାଇଁ ଭୋଟ ଗ୍ରହଣ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।