୧୧ଜିଲ୍ଲାରେ ରେଡ଼ ୱାର୍ଣ୍ଣି ଜାରି

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଡିପ ଡିପ୍ରେସନର ରୂପ ନେଇଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ୧୧ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ଼ ୱାର୍ଣ୍ଣି ଜାରି କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ଡିପ ଡିପ୍ରେସନର ରୂପ ନେବା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଲାଣି । ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ୧୧ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର,ବଲାଙ୍ଗୀର, ନୂଆପଡ଼ା ,ବୈାଦ୍ଧ ଏବଂ ସୋନପୁରରେ ଅତି ପ୍ରବଳ ବର୍ଷା ନେଇ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ଛଡ଼ା ଅନ୍ୟ ୧୦ଟି ଜିଲ୍ଲା ତଥା ନୟାଗଡ଼ ,ଖୋର୍ଦ୍ଧା ,ଜଗତସିଂହପୁର, ବରଗଡ଼, ସମ୍ବଲପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଢେଙ୍କାନାଳ ,ଅନୁଗୁଳ ,ଯାଜପୁର ଓ କେନ୍ଦ୍ରାପଡ଼ାକୁ ବର୍ଷା ନେଇ ସତର୍କ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।