ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ସୁବାସ ଚୌହ୍ଵାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ନେତା ସୁବାସ ଚୌହ୍ଵାନଙ୍କୁ ପଶ୍ଚିମ ଓଡ଼ିଶାର ବିକାଶ ପରିଷଦର ଅଧ୍ୟକ୍ଷ ରୂପେ ନିଯୁକ୍ତି ଦେଇଛନ୍ତି।

ଶ୍ରୀ ଚୌହ୍ଵାନ ନିକଟରେ ଅନୁଷ୍ଠିତ ବିଧାନସଭା ଓ ସଂସଦ ନିର୍ବାଚନର ଅବ୍ୟବହିତ ପୂର୍ବରୁ ବିଜେପି ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। ୨୦୧୪ ନିର୍ବାଚନରେ ଶ୍ରୀ ଚୌହ୍ଵାନ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ଚଳିତ ଥର ଦଳୀୟ ଟିକେଟ୍‌ରୁ ବଞ୍ଚିତ ହେବା ପରେ ସେ ବିଜେପି ଛାଡ଼ିଥିଲେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଥିବା କିଶୋର ମହାନ୍ତି ଗତ ନିର୍ବାଚନରେ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହେବା ପରେ ତାଙ୍କର ପଦବୀ ଖାଲି ପଡ଼ିଥିଲା।