ବିଜୁବାବୁଙ୍କ ୧୦୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ
ଶ୍ରାଦ୍ଧ ବାର୍ଷିକୀ ପର୍ଯ୍ୟନ୍ତ ଜୀବନ ବିନ୍ଦୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ
ଭୁବନେଶ୍ୱର : ପ୍ରବାଦ ପୁରୁଷବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ କଟକ ସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିମାନ ବନ୍ଦର ସ୍ଥିତ ବିଜୁବାବୁଙ୍କ ପ୍ରତିମୁର୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ ଯାତ୍ରାର ଆୟୋଜନ କରାଯାଉଛି ।
ଏହି ଶୋଭାଯାତ୍ରାରେ ବିଜୁଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ମାନ୍ୟବାର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।ଏହି ସାଇକେଲ ଶୋଭାଯାତ୍ରାରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକର ୁପେଶୱାର ପର୍ଯ୍ୟନ୍ତ ୪୫୦୦ ମାଇଲ୍ସ ଦୁଃସାହସିକ ସାଇକେଲ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ ।
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁଜନତା ଦଳର ସାମାଜିକ ପ୍ରତିବଦ୍ଧତାକୁ ଆଗେଇନେବା ପାଇଁଓ.ଡ଼ିଶାର ପ୍ରତ୍ୟେକ ଯୁବଛାତ୍ରଙ୍କ ପ୍ରେରଣାର ଉତ୍ସ, ସାହସର ସ୍ତମ୍ଭ ବିଜୁବାବୁଙ୍କ ୨୪ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ମାର୍ଚ୍ଚ ୫ ତାରିଖ ଠାରୁ ଅପ୍ରେଲ ୧୭ ତାରିଖ ପର୍ଯ୍ୟନ୍ତ ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୁଲ୍ୟରେ ଶ୍ରଦ୍ଧାଞ୍ଜଳୀ ସ୍ୱରୂପ ଉତ୍ସର୍ଗୀ କୃତ ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ରକ୍ତଦାନ ଶିବିରର ଆୟୋଜନ କରାଯିବ ବୋଲି ବିଜୁଜନତା ଦଳର ରାଜ୍ୟ ସାଧାରଣସମ୍ପାଦକ (ଯୁବବ୍ୟାପାର) ଶ୍ରୀ ପ୍ରଣବ କୁମାର ବଳବନ୍ତ ରାୟ, ବିଜୁ ଯୁବଜନତା ଦଳର ରାଜ୍ୟ ସଭାପତି ଡ.ଃବ୍ୟୋମ କେଶରାୟ ଏବଂ ବିଜୁ ଛାତ୍ରଜନତା ଦଳର ରାଜ୍ୟ ସଭାପତିଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ଏକ ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି ।